Breaking PLUSଓଡ଼ିଶାମୁଖ୍ୟ ଖବର
ସାହିତ୍ୟ ଭାରତୀ ସମ୍ମାନ ପାଇବେ ବିଶିଷ୍ଟ ସାହିତ୍ୟିକ ଶୈଳଜ ରବି

ସାହିତ୍ୟ ଭାରତୀ ସମ୍ମାନ ପାଇବେ ବିଶିଷ୍ଟ ସାହିତ୍ୟିକ ଶୈଳଜ ରବି । ଚଳିତ ବର୍ଷର ସମ୍ମାନ ଜନକ ସାହିତ୍ୟ ଭାରତୀ ସମ୍ମାନ ପାଇବେ ବିଶିଷ୍ଟ ସାହିତ୍ୟିକ ଶୈଳଜ ରବି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେସନ ପକ୍ଷରୁ ଏହି ଘୋଷଣା କରାଯାଇଛି। ପୁରସ୍କାର ସ୍ୱରୂପ ୧ ଲକ୍ଷ ଟଙ୍କାର ଉପାୟନ ଓ କୋଣାର୍କ ମନ୍ଦିରର ଏକ ରୌପ୍ୟ ପ୍ରତିରୂପ ପ୍ରଦାନ କରାଯିବ। ସେହିପରି ବିଶିଷ୍ଟ ଡାକ୍ତର ଫାଲଗୁନୀ ରାୟଙ୍କୁ ଗଂଗାଧର ରଥ ସ୍ମାରକୀ ସମ୍ମାନ ପ୍ରଦାନ କରାଯିବ। ବିଶିଷ୍ଟ କବି ସୂର୍ଯ୍ୟ ମିଶ୍ରଙ୍କୁ ଭାନୁଜୀ ରାଓ ସ୍ମାରକୀ ପୁରସ୍କାର ଏବଂ କଥାକାର ସଂଯୁକ୍ତା ମହାନ୍ତିଙ୍କୁ ବୀଣାପାଣି ମହାନ୍ତି କଥା ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବ। ଏହି ପୁରସ୍କାର ସ୍ୱରୂପ ପ୍ରତ୍ୟେକ ଲେଖକଙ୍କୁ ୨୫ ହଜାର ଟଙ୍କା ଓ ରୌପ୍ୟ ଉପଢୌକନ ପ୍ରଦାନ କରାଯିବ।