Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ୧୨ଘଣ୍ଟିଆ ସମ୍ବଲପୁର ବନ୍ଦ

ମହାଲିଙ୍ଗ କଲେଜ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ମାମଲାରେ ଆଜି ବିଜେପି ପକ୍ଷରୁ ୧୨ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି । ଯେଉଁଥିରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା, ମାମଲାର ସିବିଆଇ ତଦନ୍ତ ଏବଂ ଅଭିଯୁକ୍ତମାନଙ୍କୁ କଠୋର ଦଣ୍ଡ ଦାବି କରି ଅଡି ବସିଛନ୍ତି ବିରୋଧୀ । ଏଥିପାଇଁ ଆଜି ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମ୍ବଲପୁରରେ ବନ୍ଦ ପାଳନ କରାଯାଇଛି । ଏହି ବନ୍ଦରେ କେତେକ ସ୍ଥାନରେ ବିଜେପି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ।


ଏହି ୧୨ଘଣ୍ଟିଆ ବନ୍ଦରେ ସକାଳୁ ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ପିକେଟିଂ କରୁଥିବାର ଦେଖିବାକୁ ମିଳିଛି ।ଜିଲ୍ଲାରେ କିଛି ବସ୍ ଚଳାଚଳ କରୁଥିବା ବେଳେ ଦୋକାନବଜାର ବନ୍ଦ ରହିଥିବା ଜଣାପଡିଛି । ଏହି ବନ୍ଦ କାରଣରୁ ସାଧାରଣ ଜନଜୀବନ ବ୍ୟାହତ ହୋଇଥିବାର ପରିଲକ୍ଷିତ ହୋଇଛି । ତେବେ ଏହି ବନ୍ଦ ସମୟ ମଧ୍ୟରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଗୁଡିକ ଖୋଲା ରହିଛି । ଏହି ବନ୍ଦକୁ ଲୋକେ ସମର୍ଥନ କରୁଥିବା ବିଜେପି କର୍ମୀମାନେ କହିଛନ୍ତି । ଯଦି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର କରାନଯାଏ, ତେବେ ପ୍ରତିବାଦକୁ ଆହୁରି ତୀବ୍ରତର କରାଯିବ ବୋଲି ସମ୍ବଲପୁର ଜିଲ୍ଲା ବିଜେପି ପକ୍ଷରୁ କୁହାଯାଇଛି ।

Show More

Related Articles

Back to top button