ଓଡ଼ିଶାମୁଖ୍ୟ ଖବରରାଜନୀତିସ୍ୱତନ୍ତ୍ର

ନୂଆ ପିସିସି ସଭାପତି ଭାବେ ନିଯୁକ୍ତ ହେଲେ ଶରତ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ପଦକୁ ନେଇ ଦୀର୍ଘ ଦିନ ହେବ କଳ୍ପନା ଜଳ୍ପନା ଲାଗି ରହିଥିଲା । ବର୍ତ୍ତମାନ ଏହାର ସମସ୍ତ ଅନ୍ତ ଘଟିଛି । ଓଡିଶା କଂଗ୍ରେସର ମଙ୍ଗ ଧରିବେ ବରିଷ୍ଠ କଂଗ୍ରେସ ନେତା ଶରତ ପଟ୍ଟନାୟକ । ଏନେଇ AICC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ନୂଆ ପ୍ରଦେଶ କଂଗ୍ରେସ ସଭାପତି ଭାବେ ନିଯୁକ୍ତ କରାଯାଇଛି ।

ପିସିସି ସଭାପତି ଭାବେ ନିଯୁକ୍ତ ହେବା ପରେ ଶରତ ପଟ୍ଟନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ପିସିସି ସଭାପତି ଭାବେ ନିଯୁକ୍ତି ଦେଇଥିବାରୁ ଦଳର ଅନ୍ତରୀଣ ଅଧ୍ୟକ୍ଷା ‌ସୋନିଆ ଗାନ୍ଧୀ ଓ ସାଂସଦ ରାହୁଲ ଗାନ୍ଧୀଙ୍କୁ ଧନ୍ୟବାଦ ଜଣାଉଛି। କଂଗ୍ରେସ କର୍ମୀ ଓ ଓଡ଼ିଶାବାସୀଙ୍କ ଆଶୀର୍ବାଦ ପାଇଁ ତାଙ୍କୁ କଂଗ୍ରେସରେ ବଡ଼ ଦାୟିତ୍ବ ମଳିଛି। ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବୁ।  ୨୦୨୪ ନିର୍ବାଚନ ପାଇଁ ସ୍ବତନ୍ତ୍ର ରଣନୀତ ପ୍ରସ୍ତୁତ କରିବୁ ଏବଂ ହାଇକମାଣ୍ଡଙ୍କ ନିର୍ଦ୍ଦେଶ ଅନୁସାରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେବୁ ।

ବ୍ରଜରାଜନଗର ଉପନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସକୁ ନୂଆ ସଭାପତି ମିଳିବା ନେଇ କୁହାଯାଉଥିଲା । ଏ ନେଇ କଂଗ୍ରେସର ଚିନ୍ତନ ଶିବିର ବୈଠକ ମଧ୍ୟ ହୋଇଥିଲା। ପିସିସି ସଭାପତି କିଏ ହେବ ସେନେଇ ପ୍ରଭାରୀ ଚେଲ୍ଲାକୁମାର ଓଡିଶା ଗସ୍ତରେ ଆସିଥିଲେ । ଏହି ସମୟରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ପର୍ଯ୍ୟାୟକ୍ରମେ ଆଲୋଚନା କରିଥିଲେ ।
୨୦୧୯ରୁ ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେଇଥିଲେ ମଧ୍ୟ ତାଙ୍କ ଇସ୍ତଫାକୁ ଗ୍ରହଣ କରାଯାଇନଥିଲା । ତେବେ ଏହାକୁ ମଧ୍ୟ ଗୃହୀତ କରାଯାଇଥିବା ଏଆଇସିସି ପକ୍ଷରୁ କୁହାଯାଇଛି ।

 

Show More

Related Articles

Back to top button