ଓଡ଼ିଶାମୁଖ୍ୟ ଖବର

ଶନିବାର ଦକ୍ଷିଣ ଓଡିଶାରେ ଘଡଘଡି ସହ ବର୍ଷା ସମ୍ଭାବନା

ଦିନକ ପରେ ଲଘୁଚାପ

ଶନିବାର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗବିତ୍‌ ଏଭଳି ପୂର୍ବାନୁମାନ କରିଛନ୍ତି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ ଜିଲ୍ଲାଗୁଡିକରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି ।

ଅପରପକ୍ଷେ, ଗୋଟିଏ ଦିନ ପରେ ଉତ୍ତର ଆଣ୍ଡାମାନ ଲଘୁଚାପ ହେବାର ସମ୍ଭାବନା ରହିଛି । ଯାହା ଘନୀଭୂତ ହେବାର ସମ୍ଭାବନା ରହିଛି । ୪ରୁ ୫ଦିନ ମଧ୍ୟରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗବିତ୍‌ ଆକଳନ କରିଛନ୍ତି ।

Show More

Related Articles

Back to top button