Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ମାତୁଛି ସ୍କ୍ରବ ଟାଇଫସ୍, ସତର୍କ ରହିବାକୁ ପରାମର୍ଶ ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ସ୍କ୍ରବ ଟାଇଫସ୍ ସଂକ୍ରମଣ ବଢ଼ିଚାଲିଛି । ଏଥିପାଇଁ ରାଜ୍ୟବାସୀଙ୍କୁ ସାବଧାନ ରହିବାକୁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ରାଜ୍ୟରେ ଏବେ ସ୍କ୍ରବ ଟାଇଫସ ମାତିଛି। ଏହା ଚିଗର ନାମକ କୀଟ କାମୁଡ଼ିଲେ ହେଉଛି। ବିଲ ବା ଜଙ୍ଗଲ ଯାଉଥିବା ଲୋକଙ୍କୁ ଏହା ହେଉଛି। ଏହି ସ୍କ୍ରବ ଟାଇଫସ ହେଲେ ଜ୍ୱର ଲାଗି ରହେ। ମୃତ୍ୟୁ ସମ୍ଭାବନା ବି ଅଛି।

ଶରୀରର ଯେଉଁ ସ୍ଥାନକୁ କାମୁଡେ, ସେଠାରେ ସ୍କିନ ଡେଡ ହୋଇଯାଏ। ଯାହାକୁ ଏଚାର ବୋଲି କୁହାଯାଏ। ଏହାର ପରୀକ୍ଷା ସବୁ ଜିଲ୍ଲା ହସ୍ପିଟାଲର ଡିପିଏଚ୍‌ଏଲ୍‌ରେ ଏଲିଶା ପଦ୍ଧତିରେ ହେବାର ବ୍ୟବସ୍ଥା ରହିଛି। ଚିହ୍ନଟ ହେଲେ ଚିକିତ୍ସା ସହଜ ହେବ।

ସାଧାରଣ ଆଣ୍ଟିବାୟୋଟିକ୍‌ କାମଦେବ। ଯାହାର ଜ୍ୱର କମୁନି, ସେମାନେ ପରୀକ୍ଷା କରନ୍ତୁ। କାରଣ ଏହାକୁ ପ୍ୟାରକସିଆ ପରନରିଜିନ କୁହାଯାଏ। ପ୍ୟାରକସିଆ ପରନରିଜିନମାନଙ୍କୁ ସ୍କ୍ରବ ଟାଇଫସ ଟେଷ୍ଟ କରାଯାଏ।

ବରଗଡ଼, ନବରଙ୍ଗପୁର, ସୁନ୍ଦରଗଡ଼ରେ ଏହି ରୋଗ ବ୍ୟାପୁଛି। ସର୍ବାଧିକ ମାମଲା କେନ୍ଦୁଝରରୁ ଆସୁଥିବା ନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

Show More

Related Articles

Back to top button