Breaking PLUSଦେଶ ବିଦେଶମୁଖ୍ୟ ଖବର

ଜାମ୍ମୁକାଶ୍ମୀରର ଶୋପିଆନ୍‌ରେ ସୁରକ୍ଷା ବାହିନୀ ପକ୍ଷରୁ ଏନକାଉଣ୍ଟର, ଟଳିଲେ ଦୁଇ ଆତଙ୍କବାଦୀ

ମଙ୍ଗଳବାର ଦିନ ଜାମ୍ମୁ କାଶ୍ମୀରର ଶୋପିଆନ୍‌ରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ସୁରକ୍ଷା ବାହିନୀ ଗୁଳିରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି

ମଙ୍ଗଳବାର ଦିନ ଜାମ୍ମୁ କାଶ୍ମୀରର ଶୋପିଆନ୍‌ରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ସୁରକ୍ଷା ବାହିନୀ ଗୁଳିରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଜାମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ଦିଆଯାଇଥିବା ସୂଚନାନୁସାରେ ସେଠାରେ ବର୍ତ୍ତମାନ ସର୍ଚ୍ଚ ଅପରେସନ ଚାଲିଛି । ଏହାପୂର୍ବରୁ ସୋମବାର ଦିନ ମଧ୍ୟ ପୁଲୱାମା ଜିଲ୍ଲାର ସୁରକ୍ଷା ବାହିନୀର ମିଳିତ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ ଯେଉଁଥିରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (CRPF) ଜଣେ ଯବାନ ଆହତ ହୋଇଥିଲେ ।

Show More

Related Articles

Back to top button