ଓଡ଼ିଶାଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଜେଲରୁ ମୁକୁଳିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ

ଭୁବନେଶ୍ୱର : ଦୀର୍ଘ ୨ ମାସ ପରେ ଜେଲରୁ ମୁକୁଳିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ । ଅର୍ଦ୍ଧେନ୍ଦୁଙ୍କୁ ଦୁଇ ଦିନ ତଳେ ହାଇକୋର୍ଟରୁ ଜାମିନ ମିଳିଥିବା ବେଳେ ଗତକାଲି ସେ ଝାରପଡ଼ା ଜେଲ୍‌ରୁ ବାହାରିଛନ୍ତି । ଏନେଇ ଅର୍ଦ୍ଧେନ୍ଦୁଙ୍କୁ ଦୁଇ ଥର ନୋଟିସ୍ ପରେ ବି ସେ ହାଜର ହୋଇନଥିବା EOW ପକ୍ଷରୁ ସୂଚନାମିଳିଥିଲା । ଏହାପରେ ଜୁନ୍ ୨୯ ତାରିଖ ରାତିରେ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା କରିବା ପରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ EOW। ସେବେଠୁ ସେ ଝାରପଡ଼ା ଜେଲ୍‌ରେ ହିଁ ଥିଲେ । ଦିଲ୍ଲୀର ଜଣେ ବ୍ୟବସାୟୀ ଗଗନଦୀପ ଚାୱଲାଙ୍କ ନିକଟରୁ ଅର୍ଦ୍ଧେନ୍ଦୁ ଦାସ ନିଜ ଚ୍ୟାନେଲ ପାଇଁ ପ୍ରାୟ କୋଟିଏ ଟଙ୍କାର ଜିନିଷ କିଣିଥିଲେ। ମାତ୍ର ସେ ଏହି ଟଙ୍କା ଦେଇ ନ ଥିବା ନେଇ ବ୍ୟବସାୟୀଜଣକ EOW ନିକଟରେ ଅଭିଯୋଗ କରିଥିଲେ। ଏହି ଘଟଣାର ଖୋଳତାଡ଼ କରି EOW ପକ୍ଷରୁ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରାଯାଇଥିଲା। ଜେଲ୍‌ରୁ ବାହାରିବା ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ଅର୍ଦ୍ଧେନ୍ଦୁ କହିଛନ୍ତି, ସାଢ଼େ ୪ କୋଟି ଓଡ଼ିଆ ଏହି ସମୟରେ ମୋ ସହ ଛିଡା ହୋଇଥିବାରୁ ମୁଁ ସେମାନଙ୍କ ପାଖରେ ଋଣୀ । ଯୁଗେ ଯୁଗେ ସତ୍ୟର, ଧର୍ମର ଜୟ ହୋଇଛି। ଯାହା ଜଣାଇବି କାଳିଆ ପାଖକୁ ଯାଇ ଜଣାଇବି । ଅପରପକ୍ଷେ, ଅର୍ଦ୍ଧେନ୍ଦୁ ଦାସଙ୍କ ନାମରେ ବରଗଡ଼ ଥାନା, ମର୍କତନଗରୀ ଥାନା ଓ ପୁରୀଘାଟ ଥାନାରେ ଆଉ ୩ଟି ମାମଲା ରୁଜୁ ହୋଇଥିଲା। ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଘରଭଡ଼ା ବାବଦ ଦେୟ ଅର୍ଦ୍ଧେନ୍ଦୁ ଦାସ ଦେଇ ନ ଥିବା ନେଇ ଘରମାଲିକ ବରଗଡ଼ ଥାନାରେ ଅଭିଯୋଗ କରିଥିଲେ। ଅର୍ଦ୍ଧେନ୍ଦୁଙ୍କ ଚ୍ୟାନେଲରେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀ ଦରମା ପାଇ ନ ଥିବା ନେଇ ମର୍କତନଗରୀ ଥାନାରେ ଅଭିଯୋଗ କରିଥିଲେ।

Show More

Related Articles

Back to top button