Breaking PLUSଓଡ଼ିଶାମୁଖ୍ୟ ଖବର
ସ୍ୱର୍ଗଦ୍ୱାରରେ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ସମ୍ପନ୍ନ

ସ୍ୱର୍ଗଦ୍ୱାରରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି। ବଡପୁଅ ଅଭିନାଶ ଛୋଟରାୟ ମୁଖାଗ୍ନି ଦେଇଛନ୍ତି। ଜିଲ୍ଲା ପୁଲିସ ପ୍ରଶାସନ ପକ୍ଷରୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଦୀର୍ଘଦିନ ହେବ ଶାନ୍ତିଲତା କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିଲା। ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେବା ପରେ ସବୁ ମହଲରେ ଶୋକ ପ୍ରକାଶ ପାଇଛି। ଅନେକ ଲୋକପ୍ରିୟ ଭଜନ ଗାଇ ସେ ଓଡ଼ିଶାରେ ଲୋକପ୍ରିୟତା ହାସଲ କରିଥିଲେ।