Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ

ଦାନା ପରେ ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ । ବାତ୍ୟା “ଦାନା”ପାଇଁ ଗତ ୨୩ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖିଥିଲେ କର୍ତ୍ତୃପକ୍ଷ। ଆଜି ପାଗ ଶୁଖିଲା ହେବା ପରେ ଶିମିଳିପାଳକୁ ଖୋଲିବା ସହ ପର୍ଯ୍ୟଟକଙ୍କୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି।

ପ୍ରତି ବର୍ଷ ବର୍ଷାଋତୁ ଯୋଗୁଁ ଜୁନ ମାସ ୧୫ ତାରିଖରୁ ଶିମିଳିପାଳ ବନ୍ଦ ହୋଇ ନଭେମ୍ବର ପହିଲାରେ ଖୋଲିଥାଏ । ତେବେ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଗତ ବର୍ଷ ଅକ୍ଟୋବର ୧୪ରୁ ଖୋଲିଥିବା ବେଳେ ଚଳିତ ବର୍ଷ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଥିଲା। ମାତ୍ର ବାତ୍ୟା ଦାନା ପାଇଁ ଗତ ୨୩ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖାଯାଇଥିଲା।

Show More

Related Articles

Back to top button