Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, 4ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ- ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥି ବୁଧବାର ଦିନ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଶ୍ରୀଜୀଉମାନଙ୍କ ଶ୍ରୀମୁଖ ଶୃଙ୍ଗାର ତଥା ବନକଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରିବେ । ଏହାପରେ ବନକଲାଗି ଗୁପ୍ତ ନୀତି ସମାପନ ହେବ ।

Show More

Related Articles

Back to top button