Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲି ଶ୍ରୀଜୀଉଙ୍କ ବନକଲାଗି

ପୁରୀ, ୨ ଜାନୁଆରୀ – ଆସନ୍ତାକାଲି ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଂଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଶ୍ରୀଜୀଉ ମାନଙ୍କ ଶ୍ରୀମୁଖ ଶୃଙ୍ଗାର ତଥା ବନକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ଵାର ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ପରେ ଦତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରିବେ । ଏହାପରେ ବନକଲାଗି ଗୁପ୍ତ ନୀତି ସମାପନ ହେବ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ମହାସ୍ନାନ ପରେ ଭକ୍ତ ମାନେ ପୁଣି ଶ୍ରୀବିଗ୍ରହ ମାନଙ୍କ ଦର୍ଶନ କରିପାରିବେ ।
ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତିରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର ହୋଇଥାଏ ।

Show More

Related Articles

Back to top button