Breaking PLUSଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟ

ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି

ଆଜି ପବିତ୍ର ମହାକାର୍ତ୍ତିକ ମାସ ପଞ୍ଚୁକର ଚତୁର୍ଥ ଦିନ । ଏହି ପଞ୍ଚୁକରେ ବିଭିନ୍ନ ବେଶ ଧାରଣ କରନ୍ତି ମହାପ୍ରଭୁ । ସେଲାଗି ଶ୍ରୀଜୀଉଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ଭିଡ଼ ଜମୁଛି । ପଞ୍ଚୁକ ଚତୁର୍ଥ ଦିନ ଅର୍ଥାତ ପବିତ୍ର କାର୍ତ୍ତିକମାସ ଶୁଳ୍କପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଥାଏ । ଏହି ଦିନ ଚକ୍ରନୃସିଂହଙ୍କ ନିକଟରୁ ଶ୍ରୀଜୀଉଙ୍କ ପାଖକୁ ଆଜ୍ଞାମାଳ ଆସିଥାଏ ।

ଶ୍ରୀଜୀଉଙ୍କ ଅବକାଶ ନୀତି ପରେ ଏହି ବେଶ ଆରମ୍ଭ ହୋଇଥାଏ । ସେବାୟତମାନେ ରତ୍ନଭଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁମାନଙ୍କୁ ସଜାଇଥାନ୍ତି । ସୋଲ ଓ ଜରିରେ ଡ଼ାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁ ଶ୍ରୀମସ୍ତକରେ ଲଗାଯାଏ । ଏହି ଡ଼ାଳ ମଝିରେ ମଝିରେ ଠିଆପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ । ଗୋପାଳବଲ୍ଲଭ, ବାଳଭୋଗ ଓ ସକାଳଧୂପ ଶେଷହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ ।

ପୂର୍ବରୁ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବ୍ୟବସ୍ଥା ଥିବାବେଳେ ତାହାକୁ ବୃଦ୍ଧି କରାଯାଇ ୧୧ଟା ପର୍ଯ୍ୟନ୍ତ କରାଯାଇଛି । ଏସଓପି ଅନୁଯାୟୀ ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ ।

Show More

Related Articles

Back to top button