Breaking PLUSଦେଶମୁଖ୍ୟ ଖବର

ଆଜି ସୋନିଆ ଗାନ୍ଧିଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପିଏମ ମୋଦି

ନୂଆଦିଲ୍ଲୀ, 9 ଡିସେମ୍ବର – ଆଜି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧିଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ
ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି । ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ପିଏମ ମୋଦି କହିଛନ୍ତି ଯେ, ସୋନିଆ ଗାନ୍ଧିଙ୍କ ଜନ୍ମଦିନ ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଉଛି । ତାଙ୍କର ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରୁଛି ।

ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଶନିବାର ଦିନ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲ ମିଡିଆ ଏକ୍ସରେ ହେମନ୍ତ ସୋରେନ କହିଛନ୍ତି ସୋନିଆ ଗାନ୍ଧିଙ୍କ ଜନ୍ମଦିନ ଅବସରରେ ତାଙ୍କୁ ଅନେକ ଅନେକ ଶୁଭକାମନା ଜଣାଉଛି । ପରମାତ୍ମା ଆପଣଙ୍କୁ ସର୍ବଦା ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରୁଛି ।

ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ । ପୂର୍ବତନ ମୁଖ୍ୟମନ୍ତ୍ରୀ ଶନିବାର ଦିନ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି ଯେ, ତ୍ୟାଗ, ସମର୍ପଣ ଓ କୁଶଳ ନେତୃତ୍ୱ, ଆମ ସମସ୍ତଙ୍କ ନେତା, ପୂର୍ବ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ଆପଣଙ୍କ ଜୀବନ ଆମ ସମସ୍ତଙ୍କ ପାଇଁ ଜନକଲ୍ୟାଣ ପାଇଁ ଏକ ଅଧ୍ୟାୟ । ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।

Show More

Related Articles

Back to top button