ଅପରାଧଆଇନ କାନୁନଓଡ଼ିଶାଦେଶମୁଖ୍ୟ ଖବର

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଆଜି ଇଡିରେ ହାଜର ହେବେ ପ୍ରଯୋଜକ ଅକ୍ଷୟ ପରିଜା

ଭୁବନେଶ୍ୱର : ଜଣାଶୁଣା ସିନେ ପ୍ରଯୋଜକ ଅକ୍ଷୟ ପରିଜା ଆଜି ଦିନ ୨ଟାରେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଇଡିରେ ହାଜର ହେବେ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ତାଙ୍କ ଓକିଲ ଆକାଶ ଭୂୟାଁଙ୍କ ସହ ଇଡି କାର୍ଯ୍ୟାଳୟରେ ହାଜର ହେବେ ବୋଲି କୁହାଯାଉଛି। କିନ୍ତୁ ପୂର୍ବରୁ ସେ ବ୍ୟକ୍ତିଗତ ଭାବେ ହାଜର ହୋଇ ନଥିଲେ। ଅନ୍ୟପକ୍ଷରେ ତାଙ୍କ ଓକିଲ ଆକାଶ ଭୂୟାଁ ଇଡି କାର୍ଯ୍ୟାଳୟରେ ହାଜର ହୋଇଥିଲେ। ସ୍ୱାସ୍ଥ୍ୟଗତ କାରଣରୁ ଅକ୍ଷୟ ପରିଜାଙ୍କୁ ଆଉ କିଛି ଦିନ ସମୟ ଦେବାକୁ ଓକିଲ ଇଡି କାର୍ଯ୍ୟାଳୟରେ କହିଥିଲେ।

ସୂଚନାନୁସାରେ, ପୂର୍ବରୁ ଅର୍ଚ୍ଚନା ନାଗ ମାମଲାରେ ଇଡି ପକ୍ଷରୁ ସମନ ଜାରି କରାଯାଇଥିବା ବେଳେ, ନିର୍ଦ୍ଧାରିତ ସମୟ ଓ ତାରିଖ ଭିତରେ ହାଜର ହେବାକୁ କୁହାଯାଇଥିଲା । ଅର୍ଚ୍ଚନା ନାଗ ଓ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାମରେ ସେ ନୂଆପଲ୍ଲୀ ଥାନାରେ କରିଥିବା ଏତଲା ଅଧାରରେ ଇଡି ପରିଜାଙ୍କୁ ସମନ କରିଥିଲା। ଅକ୍ଷୟ ହାଜର ହେବା ପରେ ତାଙ୍କ ବୟାନ ରେକର୍ଡ କରାଯାଇଥାନ୍ତା। ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲ୍ କରି ୩ କୋଟି ଟଙ୍କା ମାଗିବା ମାମଲାର ମୁଖ୍ୟ ଅଭିଯୁକ୍ତ ଅର୍ଚ୍ଚନା ନାଗ ଏବେ ଜେଲରେ ଅଛନ୍ତି।

ଅର୍ଚ୍ଚନା ବିରୋଧରେ ଥାନାରେ ଅକ୍ଷୟ ପରିଜା ଦେଇଥିବା ଏତଲା ଅନୁସାରେ ନିଜକୁ ଆଇନଜୀବୀ ଭାବେ ପରିଚୟ ଦେଇଥିଲା ଅର୍ଚ୍ଚନା ନାଗ୍। ଜଣେ ଯୁବତୀଙ୍କ ସହ ତାଙ୍କର ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଥିବା କହିଥିଲା। ସେହି ଯୁବତୀ ତାର ମହକିଲ ବୋଲି ଦାବି କରିଥିଲା ଅର୍ଚ୍ଚନା ନାଗ। ଟଙ୍କା ନଦେଲେ ଯୁବତୀ ଜଣଙ୍କ ତାଙ୍କ ବିରୋଧରେ ଥାନାକୁ ଯିବେ ବୋଲି ଧମକ ଦେଇଥିଲା। ନହେଲେ ସମ୍ମାନହାନି କରିବାର ଓ କ୍ୟାରିୟର ନଷ୍ଟ କରିଦେବାର ଧମକ ଦେଇଥିଲା। ସମ୍ମାନହାନି ଭୟରେ ବୁଝାମଣା କରିବାକୁ ରାଜି ହୋଇଥିଲେ ଅକ୍ଷୟ ପରିଜା। ଏଥିପାଇଁ ଭୁବନେଶ୍ୱରର ସ୍ୟାଣ୍ଡି ଟାୱାରରେ ଅର୍ଚ୍ଚନାଙ୍କ ସହ ଭେଟ ହୋଇଥିଲା। ମାମଲା ରଫାଦଫା କରିବା ପାଇଁ ୩ କୋଟି ଟଙ୍କା ଦାବି କରିଥିଲା ଅର୍ଚ୍ଚନା ନାଗ। ଟଙ୍କା ନଦେଲେ ଖଣ୍ଡ ଖଣ୍ଡ କରି କାଟିଦେବା ସହ ଭୁବନେଶ୍ୱର ବାହାରକୁ ଯାଇପାରିବେନାହିଁ ବୋଲି ଧମକ ଦେଇଥିଲେ ଅର୍ଚ୍ଚନା ନାଗ।

Show More

Related Articles

Back to top button