Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ମାଘ ମାସ କୃଷ୍ଣପକ୍ଷ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ।

Show More

Related Articles

Back to top button