ଓଡ଼ିଶାପୂଜା ପାର୍ବଣଭକ୍ତି

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଦ୍ଵିତୀୟ ଭୋଗମଣ୍ଡପ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।ତେଣୁ ଏଥିପାଇଁ ୫ ଘଣ୍ଟା ପାଇଁ ବନ୍ଦ୍ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ସୂଚନା ଦେଇଛନ୍ତି ପ୍ରଶାସନ କାର୍ଯ୍ୟାଳୟ ।

ମିଳିଥିବା ସୂଚନା ଅନୁଯାୟୀ, ବନକଲାଗି ନୀତି ପାଇଁ ବନ୍ଦ୍ ରହିବ ଜୟ ବିଜୟ ଦ୍ୱାର । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପ୍ରାକୃତିକ ରଙ୍ଗ ଯଥା କସ୍ତୁରୀ,ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କଳା, ଧଳା, ନାଲି ଆଦି ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ଅପରାହ୍ନ ୫ ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି | ବନକଲାଗି ନିତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ ଓ ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |

Show More

Related Articles

Back to top button