Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ରୁ ୧୧ ଓ କଟକରୁ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ପୁରୀରୁ ୬, ଢେଙ୍କାନାଳରୁ ୫, ଗଞ୍ଜାମ ଓ ଜଗତସିଂହପୁରରୁ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଛି। ସେହିପରି ଅନୁଗୋଳ ଓ ଭଦ୍ରକରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ବାଲେଶ୍ୱର, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏ ଆକ୍ରାନ୍ତ ମୃତ୍ୟୁ ଘଟିଥିବା ବେଳେ ବରଗଡ଼, ଯାଜପୁର ଓ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୭୯,୭୩୭ରେ ପହଞ୍ଚିଥିବା ବେଳେ ୯,୫୮,୬୦୧ଜଣ ସୁସ୍ଥ ହୋଇଛନ୍ତି। ୧୫,୦୫୦ ଜଣ ଚିକିିତ୍ସିତ ହେଉଛନ୍ତି। ୬୦୩୩ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।

Show More

Related Articles

Back to top button