Breaking PLUSଓଡ଼ିଶାମୁଖ୍ୟ ଖବର
ଆସନ୍ତାକାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫

ଭୁବନେଶ୍ୱର, 21 ଫେବ୍ରୁଆରି – ଆସନ୍ତାକାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସ୍ଵୟଂ ସହାୟିକା ମହିଳା ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ମାନଙ୍କ ଦ୍ଵାରା ପ୍ରଦତ୍ତ ସାମଗ୍ରୀର ପ୍ରଦର୍ଶନୀ ଓ ବିକ୍ର ହେବ। ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଏହି ପ୍ରଦର୍ଶନୀ। ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ବିକ୍ରୀ ହେବ। ମିଲେଟ୍ ଭିତ୍ତିକ ଖାଦ୍ୟ ସହ ମହିଳାଙ୍କ ହାତ ତିଆରି ଖାଦ୍ୟ ପଦାର୍ଥ ଖାଇବାକୁ ମିଳିବ। ଭୁବନେଶ୍ୱର ବ୍ୟତୀତ ସମ୍ବଲପୁର, ମାଲକାନଗିରି, ପୁରୀ ଓ ସମ୍ବଲପୁରରେ ମଧ୍ୟ ଆରମ୍ଭ ହେବ ।