Breaking PLUSଓଡ଼ିଶାମୁଖ୍ୟ ଖବର

ଦୀଘା ଜଗନ୍ନାଥ ପ୍ରସଙ୍ଗରେ ଗଜପତିଙ୍କୁ ଚିଠି ଲେଖିଲେ ସୁଦର୍ଶନ

ପଶ୍ଚିମବଙ୍ଗର ଦୀଘାରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ପ୍ରସିଦ୍ଧ ବାଲୁକା ଶିଳ୍ପୀ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ସୁଦର୍ଶନ ପଟ୍ଟନାୟକ (ପଦ୍ମଶ୍ରୀ) ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖିଛନ୍ତି। ସେ ଲେଖିଛନ୍ତି, ପଶ୍ଚିମବଙ୍ଗର ଦୀଘା ଠାରେ ଶ୍ରୀ ଜଗନ୍ନାଥଙ୍କର ମନ୍ଦିର ନିର୍ମାଣ ପ୍ରଶଂସାଯୋଗ୍ୟ, କିନ୍ତୁ ଏହାକୁ ଜଗନ୍ନାଥ ଧାମ ଲେଖାଯିବା ଆଦୌ ଗ୍ରହଣୀୟ ନୁହେଁ। ଏଣୁ ଏହି ଘଟଣା ପ୍ରତି ଦୃଷ୍ଟି ଦେବା ସହ ବିହିତ ପଦକ୍ଷେପ ନେବା ଲାଗି ସୁଦର୍ଶନ ପଟ୍ଟନାୟକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ବିନମ୍ର ଅନୁରୋଧ କରିଛନ୍ତି।

Show More

Related Articles

Back to top button