Breaking PLUSଓଡ଼ିଶାମୁଖ୍ୟ ଖବର

ଏମ୍ସରେ ଖୋଲିଲା ଅଂଶୁଘାତ ୟୁନିଟ୍

ଭୁବନେଶ୍ୱର- ଏମ୍ସରେ ଖୋଲିଲା ଅଂଶୁଘାତ ୟୁନିଟ୍ । ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌ ଷ୍ଟ୍ରୋକ୍‌ ୟୁନିଟ୍‌ କାର୍ଯ୍ୟକାରୀ ହୋଇଛି। ଅସହ୍ୟ ଗ୍ରୀଷ୍ମ ଯୋଗୁ ଦେଖାଯାଉଥିବା ଅଂଶୁଘାତ ତଥା ଅନ୍ୟାନ୍ୟ ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ଏମ୍ସରେ ଏହି ଉତ୍ସର୍ଗୀକୃତ ୟୁନିଟ୍‌ କାର୍ଯ୍ୟ କରିବ।
ପ୍ରବଳ ଗ୍ରୀଷ୍ମ ପ୍ରବାହ ତଥା ଏନେଇ ସୃଷ୍ଟି ହେଉଥିବା ସମ୍ଭାବ୍ୟ ଆପତ୍ତକାଳୀନ ପରିସ୍ଥିତିର ମୁକାବିଲା ନିମନ୍ତେ ଏମ୍ସ ଭୁବନେଶ୍ୱର ସ୍ବତନ୍ତ୍ର ହିଟ୍‌ ଷ୍ଟ୍ରୋକ୍‌ ୟୁନିଟ୍‌ ବିଶେଷ ସହାୟକ ହେବା ନେଇ ଆଶାବ୍ୟକ୍ତ କରିଛନ୍ତି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ। ଆବଶ୍ୟକୀୟ ଚିକିତ୍ସା ସୁବିଧା ସହିତ ବିଭିନ୍ନ ବିଭାଗର ଡାକ୍ତରଙ୍କ ପକ୍ଷରୁ ଏହି ୟୁନିଟ୍‌ରେ ସେବା ପ୍ରଦାନ କରାଯିବ ।

Show More

Related Articles

Back to top button