ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟପୂଜା ପାର୍ବଣଭକ୍ତି

ଆଜି ସୁନାବେଶ,ମହଣ ମହଣ ସୁନାରେ ଛାଉଣି ହେବେ ଶ୍ରୀଜିଉ

ପୁରୀ : ଆଜି ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜିଉ । ଅପରାହ୍ନ ୪ଟାରୁ ଠାକୁରଙ୍କ ସୁନାବେଶ କରାଯିବ। ରଥ ଉପରେ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ ପରେ ସକାଳଧୂପ ନୀତି କରାଯିବ। ଶ୍ରଦ୍ଧାଳୁମାନେ ରାତି ୧୧ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ୱର ଦର୍ଶନ କରିପାରିବେ।

ବଡ଼ଭାଇ ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି, ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା, ଝୋବାକଣ୍ଠି ଆଦି ପରିଧାନ କରିବେ।

ସେହିପରି ଭଉଣୀ ସୁଭଦ୍ରା କିରିଟି, ଓଡ଼ିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି, ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିବେ।

ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀ ମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେବେ।

ମହାପ୍ରଭୁଙ୍କ ଦୁର୍ଲଭ ବେଶ ଦର୍ଶନ କରିବାପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ଏଥିପାଇଁ   ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

 

 

Show More

Related Articles

Back to top button