Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା ବର୍ଷରୁ କାର୍ଯ୍ୟକ୍ଷମ ହେବ ସୁନ୍ଦରଗଡ଼ ମେଡିକାଲ କଲେଜ – ସ୍ୱାସ୍ଥ୍ୟମନ୍ତ୍ରୀ

ଆସନ୍ତା ବର୍ଷରୁ ସୁନ୍ଦରଗଡ଼ ମେଡ଼ିକାଲ କଲେଜ କାର୍ଯ୍ୟକ୍ଷମ ହେବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ଏ ନେଇ ଗୃହରେ ବିବୃତି ରଖି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି, ୨୦୨୨-୨୩ ରୁ ଆଡମିସନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି।

ଆସନ୍ତା ବର୍ଷରୁ ସୁନ୍ଦରଗଡ଼ ମେଡ଼ିକାଲ କଲେଜ କାର୍ଯ୍ୟକ୍ଷମ ହେବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ଏ ନେଇ ଗୃହରେ ବିବୃତି ରଖି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି, ୨୦୨୨-୨୩ ରୁ ଆଡମିସନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଶହେ ଏମବିବିଏସ୍ ସିଟ୍ ଓ ୫୦୦ ଶଯ୍ୟାବିଶିଷ୍ଟ ମେଡିକାଲ କଲେଜ ଆରମ୍ଭ ପାଇଁ ପ୍ରସ୍ତୁତି କରାଯାଉଛି। ୨୭୧ ଜଣଙ୍କୁ ଷ୍ଟାଫଙ୍କୁ ନିଯୁକ୍ତି ଦିଆଯିବା ନେଇ ବ୍ୟବସ୍ଥା କରାଯାଉଛି। ଏନଟିପିସି ଓ ରାଜ୍ୟ ସରକାରଙ୍କ ସହଭାଗିତାରେ ଏହି ମେଡିକାଲ କଲେଜ ପ୍ରସ୍ତୁତି କରାଯାଉଛି। ସେପ୍ଟେମ୍ବର ୨୬ ତାରିଖ ସୁଦ୍ଧା ରାଜ୍ୟ ସରକାର ମେଡିକାଲ ସିଟ୍ ପାଇଁ ଆବେଦନ କରିବେ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ।

ଏହାଛଡ଼ା ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ନେଇ ମନ୍ତ୍ରୀ କହିଛନ୍ତି, ପାଞ୍ଚ ବର୍ଷ ବିତିଯାଇଥିଲେ ବି ଏ ନେଇ କେନ୍ଦ୍ର ସରକାର କୌଣସି ପଦକ୍ଷେପ ନେଇ ନାହାନ୍ତି। ଦ୍ଵିତୀୟ ଏମ୍ସ ନେଇ ରାଜ୍ୟ ସରକାର ୨୦୦ ଏକର ଜମି ଏବଂ ଡିଏମଫ ଫଣ୍ଡରୁ ଟଙ୍କା ଏବଂ ସମସ୍ତ ସାହାଯ୍ୟ ସହଯୋଗ କରିବେ ପ୍ରତିଶ୍ରୁତି ଦେଇଥିବା ଗୃହରେ କହିଛନ୍ତି ମନ୍ତ୍ରୀ ନବ ଦାସ।

ଅପରପକ୍ଷରେ ବିଧାୟକ ତାରା ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତରରେ ୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ ପାଇଁ ୧ ହଜାର ୪୦ କୋଟି ୧୯ ଲକ୍ଷ ୨୭ ହଜାର ୬୦୫ ଟଙ୍କା ଖର୍ଚ୍ଚ ହୋଇଛି। ଏଥିରୁ ୩୮ କୋଟି ୮୬ ଲକ୍ଷ ଟଙ୍କାର ସହାୟତା ଦେଇଛନ୍ତି କେନ୍ଦ୍ର ସରକାର ବୋଲି ଗୃହରେ ବିବୃତି ରଖି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି।

Show More

Related Articles

Back to top button