Breaking PLUSଓଡ଼ିଶାମୁଖ୍ୟ ଖବର

ଓଟିଇଟି ପାସ୍‌ କରିଥିବା ଗଣଶିକ୍ଷକ ମାନେ ହେବେ ଏକ୍‌ସ କ୍ୟାଡର ସହକାରୀ ଶିକ୍ଷକ

ଓଟିଇଟି ପାସ୍‌ କରିନଥିବା ଗଣଶିକ୍ଷକମାନଙ୍କ ପାରିଶ୍ରମିକରେ ବୃଦ୍ଧି
ଭୁବନେଶ୍ବର, 1 ମାର୍ଚ୍ଚ – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ ।
ସୂଚନାଯୋଗ୍ୟ ଯେ ଫାଇଭ-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଓଟିଇଟି ପାସ କରିଥିବା ଗଣଶିକ୍ଷକ ମାନଙ୍କୁ ମିଡ୍ ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେଲେ ।
ସେହିପରି ଓଟିଇଟି ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେଲେ ।
ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ ଓଟିଇଟି ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ ।

Show More

Related Articles

Back to top button