ଓଡ଼ିଶାପାଣିପାଗ

ଓଡିଶାରେ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା

ସ୍ୱାଭାବିକଠାରୁ ୩ ରୁ ୪ ଡିଗ୍ରୀ ବଢ଼ିବ ପାରଦ ।

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ଲହରୀ ଆରମ୍ଭ ହୋଇଥିବାବେଳେ ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଆହୁରି ତାତି ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସ୍ୱାଭାବିକଠାରୁ ୩ ରୁ ୪ ଡିଗ୍ରୀ ବଢ଼ିବ ପାରଦ । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ଖରା ବଢିବ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷକରି କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ରାୟଗଡା ଏବଂ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପାଗ ମେଘୁଆ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ୨୭ ତାରିଖରୁ ଭୂବନେଶ୍ୱର ସମେତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକର କେତେକ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି ।

Show More

Related Articles

Back to top button