ଓଡ଼ିଶାପାଣିପାଗ

ଅକ୍ଟୋବର ପହିଲାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ଅକ୍ଟୋବର ପହିଲାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ସେହିପରି ୨୮ ଏବଂ ୨୯ ତାରିଖରେ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ସମେତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେଁ ସୂଚନା ମିଳିଛି ।

ପୁଣି ଦେଶର କିଛି ସ୍ଥାନରୁ ମୌସୁମୀ ଫେରିବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଥିବାବେଳେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦେଶର ଉତ୍ତର-ପଶ୍ଚିମ ଭାଗର ଅନେକ ଅଂଶ ଓ ପାର୍ଶ୍ବବର୍ତୀ କେନ୍ଦ୍ରୀୟ ଅଞ୍ଚଳର କିଛି ଭାଗରୁ ମୌସୁମୀ ବାୟୁ ଅପସାରଣ ପାଇଁ ସମ୍ପୂର୍ଣ୍ଣ ଅନୁକୂଳ ପରିବେଶ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।

ସେହିପରି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୨୮ ଓ ୨୯ ତାରିଖ ରାଜ୍ୟର କିଛି କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୱାର୍ଣ୍ଣିଂ ଜାରି ହୋଇଛି। ୧ ତାରିଖରୁ ରାଜ୍ୟରେ ବର୍ଷାରେ ବୃଦ୍ଧି ସମ୍ଭାବନା ରହିଛି। ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ଏହି ଭଳି ଭାବେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଇଏମଡିର ।

ଅନ୍ୟପଟେ ସୋମବାର ଦିନ ରାଜଧାନୀର ବିଭିନ୍ନ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ସୋମବାର ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ସାଢ଼େ ୨ଟା ମଧ୍ୟରେ ରାଜଧାନୀରେ ୧୦.୨ ମିମି ବର୍ଷା ହୋଇଯାଇଛି। ଆଜି ମଧ୍ୟ ରାଜଧାନୀର ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ବି ରହିଛି।

Show More

Related Articles

Back to top button