Breaking PLUSଦୁର୍ଘଟଣା

ବାଇକଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଦୁଇ ମୃତ

ବ୍ରହ୍ମପୁର :ଏକ ବାଇକଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ବ୍ରହ୍ମପୁର ବ୍ରହ୍ମା ନଗରର ସୁମନ ଦାସ ଓ ହିଞ୍ଜିଳି କଞ୍ଚୁଡିର ଦଣ୍ଡ ପାଳ । ଏଭଳି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି  ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ନିକଟରେ ।  ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ସୁମନ ଓ କଞ୍ଚୁଡୁର ବ୍ରହ୍ମପୁରରୁ ବାହାରି ଛତ୍ରପୁର ଅଭିମୁଖେ ଯାଉଥିଲେ। ବାୟା ରେଷ୍ଟୁରାଣ୍ଟ ନିକଟରେ ବାଇକ୍‌ଟି ଭାରସାମ୍ୟରେ ହରାଇ ରାସ୍ତାକଡ଼ରେ ଥିବା ଡିଭାଇଡରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ ଆରମ୍ଭ କରଛି।

Show More

Related Articles

Back to top button