Breaking PLUSଦେଶ ବିଦେଶମୁଖ୍ୟ ଖବର

ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ନାଁରେ ମାମଲା ରୁଜୁ କଲା ସିବିଆଇ

ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ପାଇଁ ବଢ଼ିଲା ଅଡୁଆ । ତାଙ୍କ ବିରୋଧରେ ମାମଲା ରୁଜୁ କରିଛି ସିବିଆଇ । ପୂର୍ବତନ ପୋଲିସ କମିସନର ପରମବୀର ସିଂ ଆଣିଥିବା ଦୁର୍ନୀତି ଅଭିଯୋଗ ଉପରେ ମାମଲା ରୁଜୁ ହୋଇଛି । ଏହାସହ ଅନୀଲ ଦେଶମୁଖଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍ କରିଛି ସିବିଆଇ

ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ପାଇଁ ବଢ଼ିଲା ଅଡୁଆ । ତାଙ୍କ ବିରୋଧରେ ମାମଲା ରୁଜୁ କରିଛି ସିବିଆଇ । ପୂର୍ବତନ ପୋଲିସ କମିସନର ପରମବୀର ସିଂ ଆଣିଥିବା ଦୁର୍ନୀତି ଅଭିଯୋଗ ଉପରେ ମାମଲା ରୁଜୁ ହୋଇଛି । ଏହାସହ ଅନୀଲ ଦେଶମୁଖଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍ କରିଛି ସିବିଆଇ । ଅନୀଲ ଦେଶମୁଖଙ୍କ ବିରୋଧରେ ଆସିଥିବା ଦୁର୍ନୀତି ଓ ଭ୍ରଷ୍ଟାଚାର ମାମଲାର ପ୍ରାରମ୍ଭିକ ତଦନ୍ତ ପାଇଁ ସିବିଆଇକୁ ନିର୍ଦ୍ଦେଶ ଦେଇଥିଲେ ବମ୍ବେ ହାଇକୋର୍ଟ ।

ମହାରାଷ୍ଟ୍ର ଗୃହମନ୍ତ୍ରୀ ଥିବା ବେଳେ ଅନୀଲ ଦେଶମୁଖଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଥିଲେ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂ । ମୁମ୍ୱାଇରୁ ଶହେ କୋଟି ଟଙ୍କା ଆଦାୟ କରିବା ପାଇଁ ଅନୀଲ ଦେଶମୁଖ ଗିରଫ ପୋଲିସ ଅଫିସର ସଚିନ ବାଜେଙ୍କୁ ଟାର୍ଗେଟ ଦେଇଥିଲେ ।

ପୋଲିସ କମିଶନର ପଦରୁ ପରମବୀର ସିଂଙ୍କ ବଦଳି ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେରଙ୍କୁ ଲେଖିଥିବା ଚିଠିରେ ଏକଥା ଖୁଲ୍ଲାସା କରିଥିଲେ । ଏହାସହ ସୁପ୍ରିମକୋର୍ଟରେ ପିଟିସନ ଫାଇଲ୍ କରିଥିଲେ । ବମ୍ବେ ହାଇକୋର୍ଟ ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦେବା ପରେ ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଅନୀଲ ଦେଶମୁଖ ।

Show More

Related Articles

Back to top button