Breaking PLUSଓଡ଼ିଶାଦେଶଦେଶ ବିଦେଶ

ୟୁକ୍ରେନ ଫେରନ୍ତା ଓଡିଆଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ୟୁକ୍ରେନ ଫେରନ୍ତା ଓଡିଆ ଛାତ୍ରଛାତ୍ରୀମାନେ ନିରାପଦରେ ଫେରିଆସିଥିବାରୁ ଆଶ୍ୱସ୍ତି ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ୟୁକ୍ରେନ ଫେରନ୍ତା ଓଡିଆ ଛାତ୍ରଛାତ୍ରୀମାନେ ନିରାପଦରେ ଫେରିଆସିଥିବାରୁ ଆଶ୍ୱସ୍ତି ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିବା ସହିତ ଅନଲାଇନ ଜରିଆରେ ଆଲୋଚନା କରିଛନ୍ତି ।  ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଛାତ୍ରଛାତ୍ରୀ ମାନଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ଏବଂ ସେ ଆଉଥରେ ମଧ୍ୟ ଏ ବିଷୟରେ କଥାବାର୍ତ୍ତା କରି ପଦକ୍ଷେପ ନେବେ ବୋଲି କହିଥିଲେ ।

ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ସେମାନେ ସମସ୍ତେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀ ମାନଙ୍କ ସହିତ ବୁକାରେଷ୍ଟ ଯାଇଥିଲେ ଏବଂ ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ । ନୂଆଦିଲ୍ଲୀରେ ଅବସ୍ଥାପିତ ରେସିଡେଣ୍ଟ କମିଶନର ସେମାନଙ୍କ ସହିତ ସବୁ ସମୟରେ ଅନ୍‌ଲାଇନ ଜରିଆରେ ଯୋଗାଯୋଗରେ ଥିଲେ ବୋଲି ସେମାନେ କହିଥିଲେ । ୟୁକ୍ରେନର  ଖାରକିବ୍‌ରେ ବହୁ ଓଡିଆ ଛାତ୍ରଛାତ୍ରୀ ଅଛନ୍ତି ଓ ସେମାନଙ୍କୁ ଫେରାଇ ଆଣିବାପାଇଁ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଥିଲେ ।

 

Show More

Related Articles

Back to top button