Breaking PLUSଓଡ଼ିଶାମୁଖ୍ୟ ଖବର

ଜଗତସିଂହପୁର ଜିଲ୍ଲାରେ ୨୯ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ୨୯ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଅପରାହ୍ନ ୫ଟାରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସବୁ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହି ୨୯ଟି ପ୍ରକଳ୍ପ ନିମନ୍ତେ ୨୧୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

ଏହି ପ୍ରକଳ୍ପ ଗୁଡିକ ମଧ୍ୟରୁ ତଳ କୁସୁମା ଲଂକାପଡା ମଧ୍ୟରେ ପାଇକା ନଦୀ ଉପରେ ଉଚ୍ଚ ସେତୁ, ପାରାଦୀପରେ ସ୍ୱତନ୍ତ୍ର ସର୍କିଟ୍ ହାଉସ୍, ଜଗତସିଂହପୁରଠାରେ ନୂତନ ପର୍ଯ୍ୟଟନ କାର୍ଯ୍ୟାଳୟ,ପାରାଦୀପଠାରେ ଶିଳ୍ପ ତାଲିମ କେନ୍ଦ୍ର, ରଘୁନାଥପୁର ଓ ଏରସମାଠାରେ ଆଦର୍ଶ ବିଦ୍ୟାଳୟ ଆଦି ସହିତ ୨୯ଟି ପ୍ରକଳ୍ପ ଅନ୍ତର୍ଭୁକ୍ତ ରହିଛି । ଏଥି ମିମନ୍ତେ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ବାଲିକୁଦା, ଏରସମା, ରଘୁନାଥପୁର, ତିର୍ତ୍ତୋଲ ଓ ପାରାଦୀପ ସମେତ ବିଭିନ୍ନ ସ୍ଥାନରେ ସାଧାରଣ ଜନତାଙ୍କ ନିମନ୍ତେ ଏଲଇଡି ଲଗାଯାଇଥିବା ବେଳେ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବିଧାୟକ, ସାଂସଦ ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ । କୋଭିଡ୍ କଟକଣା ମଧ୍ୟରେ କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button