ଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲି ବ୍ରହ୍ମଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀକୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି । ଜିଲ୍ଲାପାଳ ସମର୍ଥ ବର୍ମା ଆଜି ବ୍ରହ୍ମଗିରି ଯାଇ ନିଜେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିବେ । ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିପାରନ୍ତି ବୋଲି ସୂଚନା ରହିଛି ।

Show More

Related Articles

Back to top button