Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲି ସମ୍ବଲପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ସମ୍ବଲପୁର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟକାର୍ଡ ବଣ୍ଟନ କରିବା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ଏହି ଅବସରରେ ମୋଟ୍ ୭୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାର ସମସ୍ତ ୯ଟି ଯାକ ବ୍ଲକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାଟକାର୍ଡ ବଣ୍ଟନ କରାଯିବ । ଏଥିପାଇଁ ପ୍ରତି ବ୍ଲକରେ ଜଣେ ଜଣେ ମନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଛି । ସମ୍ବଲପୁର ଜିଲ୍ଲାର ୯ଟି ବ୍ଲକ ସମେତ ମହାନଗର ନିଗମ ଅଞ୍ଚଳରେ ମୋଟ ୨ ଲକ୍ଷ ୨୮ ହଜାର ୨୧୩ ଜଣଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ କାର୍ଡ ବଣ୍ଟନ କରାଯିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚି ଥିବା ବେଳେ, ସୁରକ୍ଷା ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

Show More

Related Articles

Back to top button