Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଶୀତ ଲହର

ଆସନ୍ତା ୪ ଦିନ ଯାଏ ରାଜ୍ୟରେ ଶୀତ ଲହରୀ ଜାରି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରୀ ଜାରି ରହିବ । ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

ରାଜ୍ୟରେ ଏବେ ଶୀତ ଲହରୀ ଜାରି ରହିଥିବା ବେଳେ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ରହିଥିବା ବେଳେ ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରୀ, କୋରାପୁଟରେ ୯.୫ ଡିଗ୍ରୀ ଏବଂ ବଲାଙ୍ଗିର ଓ ଭବାନୀପାଟଣାରେ ୯.୮ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ ହୋଇଛି ।

ସୁନ୍ଦରଗଡ଼ ଓ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରହିଥିବା ବେଳେ ରାଜ୍ୟର ଅନ୍ୟ ସ୍ଥାନରେ ପାରଦ ୧୫ ତଳେ ଥିବା ରେକର୍ଡ କରାଯାଇଛି । ଆସନ୍ତା ୩ ଦିନ ଉପକୂଳ ଜିଲ୍ଲା ସହ ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡ଼ି ଲାଗି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Show More

Related Articles

Back to top button