
ଦୁଇ ହଜାର ଉପରେ ରହିଛି ଦେଶର ଦୈନିକ ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୧୧୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୦ ମୃତ୍ୟୁ ରେକର୍ଡ କରାଯାଇଛି। ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ଥିଲେ ସୁଦ୍ଧା ୨୫ ହଜାର ଉପରେ ରହିଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବସାଇଟରୁ ଜଣାପଡିଛି ।
ତେବେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୩୮,୬୩୬ରେ ପହଞ୍ଚିଥିବାବେଳେ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୫୩ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୫ଜଣଙ୍କ ମୃତ୍ୟୁ ସାମିଲ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୮୪,୬୪୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୦୩୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।