Breaking PLUSଦୁର୍ଘଟଣାଦେଶମୁଖ୍ୟ ଖବର

ରଥଯାତ୍ରାରେ ଫଟୋ ସଂଗ୍ରହ କରିବାକୁ ପୁରୀ ଯାଉଥିବା ବାଟରେ ଦୁର୍ଘଟଣାରେ ବରିଷ୍ଠ ସାମ୍ୱାଦିକ ଅଶୋକ ପଣ୍ଡାଙ୍କ ପରଲୋକ

ଭୁବନେଶ୍ୱର : ରଥଯାତ୍ରାରେ ଏକ ବଡ ଦୁଃଖଦ ଖବର। ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଫଟୋ ଖବର ସଂଗ୍ରହ ପାଇଁ ଯାଉଥିବା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କର ସଡକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ଦୁର୍ଘଟଣା ଘଟିଥିଲା। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ହସ୍ପିଟାଲରେ ଡାକ୍ତର ତାଙ୍କୁ ମତ୍ୟୁ ଘୋଷଣା କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା। ଜଣାଶୁଣା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡାଙ୍କ ଏପରି ଅକାଳ ବିୟୋଗ ସାମ୍ବାଦିକଜଗତରେ ଶୋକର ଛାୟା ଖେଳାଇଦେଇଛି। ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡା ଦୈନିକ ଖବର କାଗଜ ‘ସମୟ’ ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ । ଆଜି ସେ ପୁରୀ ଯାଉଥିଲେ ଘୋଷଯାତ୍ରା ଅବସରରେ ଫଟୋ ଉଠାଇବା ପାଇଁ। ଭୋର ପ୍ରାୟ ୫ଟା ବେଳେ ସେ ବାଇକ୍ ଯୋଗେ ପୁରୀ ଅଭିମୁଖେ ଯାଉଥିବା ବେଳେ ସାତଶଙ୍ଖ ନିକଟରେ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ଗୁରୁତର ଅବସ୍ଥାରେ ଅଶୋକ ପଣ୍ଡାଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

 

Show More

Related Articles

Back to top button