ଅପରାଧଆଇନ କାନୁନଓଡ଼ିଶାଦେଶମୁଖ୍ୟ ଖବର

ରାଜଧାନୀରୁ ଉଦ୍ଧାର ହେଲା ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡ଼ି ନାହିଁ। ପୁଲିସ୍‌ ମୃତଦେହ ଜବତ କରି ଏହାର ତଦନ୍ତ ଚଳାଇଛି।

ଆନ୍ଧ୍ରପ୍ରଦେଶର ବିଜୟୱାଡାର ଚିତ୍ରସେନ୍‌ ଗୌଡ଼ ସାଲିଆ ସାହିରେ ରହୁଥିବା ପି.ବର୍ଷା ରେଡ୍ଡୀଙ୍କୁ ପ୍ରେମ କରୁଥିଲେ। ସବୁଦିନ ପରି ରବିବାର ବର୍ଷାଙ୍କ ବାପା ମାଧବ ଓ ତାଙ୍କ ମାଆ କାମକୁ ଯାଇଥିଲେ। ବର୍ଷା ଏକାକୀ ଘରେ ଥିଲେ। ଉଭୟ କାମରୁ ଫେରି ଦେଖନ୍ତି ଘର ଭିତରେ ବର୍ଷା ଓ ଚିତ୍ରସେନଙ୍କ ଝୁଲନ୍ତା ମୃତଦେହ। ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। କମିଶନରେଟ୍‌ ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି। ତେବେ ବର୍ତ୍ତମାନ ସୁଦ୍ଧା ଏହା ଆତ୍ମହତ୍ୟା ନା ହତ୍ୟା ତାହା ସ୍ପଷ୍ଟ ହୋଇ ନାହିଁ।

Show More

Related Articles

Back to top button