ଓଡ଼ିଶାପାଣିପାଗ

ଆହୁରି ଦୁଇଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର : ତାତିରେ ସିଝୁଛି ସାରା ଓଡିଶା । ରାଜ୍ୟରେ ଆସନ୍ତା ଜୁନ୍ ୮ତାରିଖ ପର୍ଯ୍ୟନ୍ତ ଏଭଳି ବହିବ । ବରଗଡ଼, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ଗରମ ଅନୁଭୂତ ହେବ । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାବେଳେ ସ୍ୱତନ୍ତ୍ର ରିଲିଫ କମିଶନର ସତର୍କ ସୂଚନା ଜାରି କରିଛନ୍ତି ।

ସୋମବାର ୧୩ ଜିଲ୍ଲାର ତାପମାତ୍ରା ୪୦ଡିଗ୍ରୀ ଉପରେ ଥିଲା । ଟିଟିଲାଗଡରେ ୪୪.୬ ଡିଗ୍ରୀ ତାପମାତ୍ରା ସର୍ବାଧିକ ରେକର୍ଡ ହୋଇଥିଲା । ସେହିପରି ମଙ୍ଗଳବାର ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ,ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ଗରମ ହେବ । ବୁଧବାର ମଧ୍ୟ ଗୀଷ୍ମ ଲହରୀ ଜାରି ରହିବ । ଏଥିପାଇଁ ସତର୍କତାମୂଳକ ପଦକ୍ଷେପ ନେବାକୁ ଏହି ୪ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

୭ ଓ ୮ ତାରିଖ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟରେ ମୌସୁମୀ ପହଞ୍ଚିବାକୁ ଆହୁରି ବିଳମ୍ବ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Show More

Related Articles

Back to top button