Breaking PLUSଦେଶମୁଖ୍ୟ ଖବର
ମୋକିମଙ୍କ ବିଧାୟକ ପଦକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

ଭୁବନେଶ୍ୱର/କଟକ- କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ବିଧାୟକ ପଦକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ। ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଦାଖଲ ମାମଲାର ଶୁଣାଣୀ କରି କୋର୍ଟ ଏହି ରାୟ ଶୁଣାଇଛନ୍ତି। ୨୦୧୯ ରେ ହୋଇଥିବା ନିର୍ବାଚନରେ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ମହମ୍ମଦ ମୋକିମ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ଅଭିଯୋଗ କରିଥିଲେ ଦେବାଶିଷ। ଏ ନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଦେବାଶିଷ ସାମନ୍ତରାୟ।