ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୨୨୨ ଜଣ କରୋନା ପଜିଟିଭ୍ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୦ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୧ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ, କଟକରୁ ୨୩ ଜଣ, ସମ୍ବଲପୁରରୁ ୧୩ ଜଣ, ପୁରୀରୁ ୧୨ ଜଣ, ବାଲେଶ୍ବରରୁ ୧୧ ଜଣ, କଳାହାଣ୍ଡିରୁ ୮ ଜଣ, ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୬ ଜଣ ଲେଖାଁଏ, ଗଜପତି, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଁଏ, କନ୍ଧମାଳରୁ ୪ ଜଣ, ବଲାଙ୍ଗୀର, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଦେବଗଡ଼, ନୂଆପଡ଼ା ଓ ସୋନପୁର ଜିଲ୍ଲରୁ ୨ ଜଣ ଲେଖାଁଏ, ଭଦ୍ରକ, ଢ଼େଙ୍କାନାଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୧ ଜଣ ଆକ୍ରାନ୍ତ ରହିଛନ୍ତିି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୯୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button