ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରତଳ ଦୈନିକ ସଂକ୍ରମଣ,ଗତ ୨୪ଘଣ୍ଟା ମଧ୍ୟରେ ୫୭ପଜିଟିଭ ଚିହ୍ନଟ

ରାଜ୍ୟରେ ଉପରତଳ ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ ଯୋଗେଁ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ।

ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪, କଟକରୁ ୪ ଜଣ, ଦେବଗଡ଼ରୁ ୪, ଗଜପତିରୁ ୨, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡିରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୮, କୋରାପୁଟରୁ ୧, ନୟାଗଡ଼ ଜିଲ୍ଲାରୁ ୪ ଜଣ, ନୂଆପଡ଼ାରୁ ୧, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୨ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୮୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୧୦୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Show More

Related Articles

Back to top button