ଦେଶସ୍ୱାସ୍ଥ୍ୟ

ଦେଶରେ ହ୍ରାସ ପାଉଛି ସଂକ୍ରମଣ , ୨୪ ଘଣ୍ଟାରେ ଦେଶରେ ୪୩୬୯ ଆକ୍ରାନ୍ତ ଚିହ୍ନଟ

ଦେଶରେ ହ୍ରାସ ପାଉଛି ସଂକ୍ରମଣ । ଦୈନିକ ସଂକ୍ରମଣ ଗତ କିଛିଦିନ ହେବ ୫ହଜାର ତଳକୁ ରହୁଛି । ମ଼ତ୍ୟୁ ସଂଖ୍ୟାରେ ମଧ୍ୟ ରୋକ୍ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୪୩୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ପକ୍ଷରୁ ସୂଚନା ମିଳିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୪୬୩୪୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୯ ଲକ୍ଷ ୩୦ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୮୧୮୫ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button