
ଦେଶରେ ବଢୁଛି ସଂକ୍ରମଣ । ଶୀତର ପ୍ରକୋପ ଯୋଗୁଁ ପୁଣି ଦେଶରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୭୩୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଦୈନିକ ସଂକ୍ରମଣ ପୁଣି ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଛି।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୩୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୬ ହଜାର ୩୭୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୨୩ ହଜାର ୫୩୯ ଜଣ ସୁସ୍ଥ ହୋଇ ସାରିଛନ୍ତି।