Breaking PLUSଓଡ଼ିଶାମୁଖ୍ୟ ଖବର

ଦୀର୍ଘ ୯ ମାସ ପରେ ଖୋଲିଲା ଲିଙ୍ଗରାଜ ମନ୍ଦିର, ଦର୍ଶନ ଦେଲେ ପ୍ରଭୁ ଲିଙ୍ଗରାଜ

ଦୀର୍ଘ ୯ ମାସର ପ୍ରତୀକ୍ଷା ପରେ ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ରବିବାର ଖୋଲିଲା ଶ୍ରୀଲିଙ୍ଗରାଜ ମନ୍ଦିର । କୋଭିଡ କଟକଣା ମଧ୍ୟରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। ଆଜି ଠାରୁ ୩୧ ତାରିଖ ପର୍ଯ୍ୟନ୍ତ କେବଳ ସେବାୟତ ଓ ସେମାନଙ୍କ ପରିବାରକୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳିଛି ।

ଦୀର୍ଘ ୯ ମାସର ପ୍ରତୀକ୍ଷା ପରେ ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ରବିବାର ଖୋଲିଲା ଶ୍ରୀଲିଙ୍ଗରାଜ ମନ୍ଦିର । କୋଭିଡ କଟକଣା ମଧ୍ୟରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। ଆଜି ଠାରୁ ୩୧ ତାରିଖ ପର୍ଯ୍ୟନ୍ତ କେବଳ ସେବାୟତ ଓ ସେମାନଙ୍କ ପରିବାରକୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳିଛି । ଜାନୁଆରୀ ପହିଲା ଓ ୨ ତାରିଖ ଦୁଇ ଦିନ ପାଇଁ ମନ୍ଦିର ବନ୍ଦ ରହିବ କିନ୍ତୁ କେବଳ ଦୈନିକ ନୀତିକାନ୍ତି ଅନୁଷ୍ଠିତ ହେବ। ତେବେ ନୂଆବର୍ଷରେ ୨ ଦିନ ଦର୍ଶନ ବନ୍ଦ ରହିବ। ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱରବାସୀ ଶ୍ରୀଲିଙ୍ଗରାଜ ଦର୍ଶନ କରିପାରିବେ। ଜାନୁଆରି ୬ ତାରିଖରୁ ସାଧାରଣ ଭକ୍ତ ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ । ଏଣେ ବିଏମସି ପକ୍ଷରୁ ଆବଶ୍ୟକତା ଅନୁଯାୟୀ ମନ୍ଦିର ବାହାରେ ବ୍ୟାରିକେଡ୍ କରି ପୁଲିସକୁ ହସ୍ତାନ୍ତର କରାଯାଇଛି। ଶୃଙ୍ଖଳା ରକ୍ଷା ପାଇଁ ୩ ପ୍ଲାଟୁନ୍ ପୁଲିସ ବଳ ସହ ୨ ସେକ୍ସନ ମହିଳା ପୁଲିସ ବଳ ନିୟୋଜିତ ହେବେ। ସମସ୍ତେ ଠିକ୍ ଭାବେ ମାସ୍କ ପିନ୍ଧିବା ସହ ୬ ଫୁଟ୍ ର ସାମାଜିକ ଦୂରତା ବଜାୟ ରଖିବାକୁ କୁହାଯାଇଛି। ମନ୍ଦିର ଟ୍ରଷ୍ଟ ପକ୍ଷରୁ ପ୍ରବେଶ ଓ ପ୍ରସ୍ଥାନ ପଥରେ ହାତଧୁଆ ଏବଂ ସାନିଟାଇଜର ବ୍ୟବସ୍ଥା କରାଯାଇଛି। ପାନ ଓ ଗୁଟ୍ଖା ଖାଇବା ଏବଂ ମନ୍ଦିର ପରିସରରେ ଛେପ ପକାଇବା ଉପରେ କଟକଣା ଜାରି କରାଯାଇଛି। ବରିଷ୍ଠ ନାଗରିକ, ଅସୁସ୍ଥ ବ୍ୟକ୍ତି, ଗର୍ଭବତୀ ମହିଳା ଏବଂ ୧୦ ବର୍ଷରୁ କମ୍ ବୟସର ପିଲାଙ୍କ ପ୍ରବେଶକୁ ବାରଣ କରାଯାଇଛି।

Show More

Related Articles

Back to top button