Breaking PLUSଓଡ଼ିଶାମୁଖ୍ୟ ଖବର

୨୭ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

କରୋନା କଟକଣା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିବା ପରେ ଖୁବ୍‌ ଶୀଘ୍ର ଖୋଲିବାକୁ ଯାଉଛି ଧର୍ମାନୁଷ୍ଠାନ । ଆସନ୍ତା ୨୭ ତାରିଖରୁ ଖୋଲିବ ଲିଙ୍ଗରାଜ ମନ୍ଦିର । ଆସନ୍ତା ୨୭ରୁ ୩୧ ପର୍ଯ୍ୟନ୍ତ କେବଳ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ମିଳିବ ।

କରୋନା କଟକଣା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିବା ପରେ ଖୁବ୍‌ ଶୀଘ୍ର ଖୋଲିବାକୁ ଯାଉଛି ଧର୍ମାନୁଷ୍ଠାନ । ଆସନ୍ତା ୨୭ ତାରିଖରୁ ଖୋଲିବ ଲିଙ୍ଗରାଜ ମନ୍ଦିର । ଆସନ୍ତା ୨୭ରୁ ୩୧ ପର୍ଯ୍ୟନ୍ତ କେବଳ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ମିଳିବ ।

ଜାନୁଆରୀ ୧ ଓ ୨ ତାରିଖ ମନ୍ଦିର ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି । ପରେ ଜାନୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ରାଜଧାନୀବାସୀ ଲିଙ୍ଗରାଜଙ୍କ ଦର୍ଶନର ସୁଯୋଗ ପାଇବେ । ୬ ତାରିଖରୁ ସାଧାରଣ ଭକ୍ତଙ୍କ ଲାଗି ଉନ୍ମୁକ୍ତ ହେବ ମନ୍ଦିର ପରିସର ।

ତେବେ ଲିଙ୍ଗରାଜ ମନ୍ଦିର ପ୍ରବେଶ ପାଇଁ ଚାହୁଁଥିବା ଭକ୍ତଙ୍କୁ ୪-୫ ଦିନ ତଳର କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇବାକୁ ପଡ଼ିବ। ତାହା ହେଲେ ମନ୍ଦିରରେ ପ୍ରବେଶ ଅନୁମତି ମିଳିବ । କେବଳ ଆଡକାଠ ପର୍ଯ୍ୟନ୍ତ ଭକ୍ତମାନେ ଯାଇ ଦର୍ଶନ କରିପାରିବେ ।

ଲିଙ୍ଗରାଜ ମନ୍ଦିରରେ ଏକକାଳୀନ ସର୍ବାଧିକ ୫ ଶହ ଭକ୍ତ ଉପସ୍ଥିତ ରହିବା ନେଇ ବି ଜାରି ହୋଇଛି ଏସଓପି । ଦର୍ଶନ ପାଇଁ ମନ୍ଦିର ବାହାରଠାରୁ ଆରମ୍ଭ କରି ବେଢା ଭିତର ପର୍ଯ୍ୟନ୍ତ ବ୍ୟାରିକେଡ କଟକଣା ରହିବ ।

Show More

Related Articles

Back to top button