Breaking PLUSଓଡ଼ିଶାମୁଖ୍ୟ ଖବର

ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ

ଆଜି ଡିପ୍ରେସନ୍‌ରେ ପରିଣତ ହେବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍‌ ଡିପ୍ରେସନ୍‌ର ପରିଣତ ହେବ । ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ଲଘୁଚାପ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ

ଆଜି ଡିପ୍ରେସନ୍‌ରେ ପରିଣତ ହେବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍‌ ଡିପ୍ରେସନ୍‌ର ପରିଣତ ହେବ । ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ଲଘୁଚାପ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ । ଦୁଇ ଦିନ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପକ୍ଷରୁ କୁହାଯାଇଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।

୧୧ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ଗଜପତି, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ପୁରୀ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଗୋଟିଏ ନଯାଉଣୁ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ ବଳୟ । ଆସନ୍ତା ୧୪ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ ।

Show More

Related Articles

Back to top button