Breaking PLUSଓଡ଼ିଶାମୁଖ୍ୟ ଖବର

ନଭେମ୍ବର ୫ ତାରିଖରୁ ରାଜ୍ୟରେ ବଢିବ ଶୀତର ପ୍ରକୋପ

ନଭେମ୍ବର ୫ ତାରିଖରୁ ରାଜ୍ୟରେ ବଢିବ ଶୀତ। ବର୍ତ୍ତମାନ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୨ ଡିଗ୍ରି କମ୍ ଅର୍ଥାତ ୧୬ ଡିଗ୍ରି ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିଛି

ନଭେମ୍ବର ୫ ତାରିଖରୁ ରାଜ୍ୟରେ ବଢିବ ଶୀତ। ବର୍ତ୍ତମାନ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୨ ଡିଗ୍ରି କମ୍ ଅର୍ଥାତ ୧୬ ଡିଗ୍ରି ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିଛି । ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୨ ଡିଗ୍ରି ଅଧିକ ରହିଛି। ଏଭଳି ତାପମାତ୍ରା ୨ରୁ ୩ ଦିନ ପର୍ଯ୍ୟନ୍ତ ଲାଗିରହିବ । ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏହା ପରେ ସର୍ବନିମ୍ନ ତାପମାତ୍ରା ଖସିବ ଓ ରାଜ୍ୟରେ ଶୀତ ଅନୁଭୂତ ହେବା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ସୂଚନାନୁସାରେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ। ଉପକୂଳ ଓଡ଼ିଶାରେ ଆଂଶିକ ମେଘୁଆ ପାଗ ରହିବ । କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତିତ ରହିବ । ଏହାପରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା କମିବାରେ ଲାଗିବ । ପାଖାପାଖି ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ପାରଦସ୍ତର ଖସିବ । ଫଳରେ ନଭେମ୍ବର ୫ ତାରିଖରୁ ରାଜ୍ୟରେ ଶୀତ ପଡ଼ିବା ଆରମ୍ଭ ହୋଇଯିବ ।

Show More

Related Articles

Back to top button