Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ ଟି ଜିଲ୍ଲାରେ ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ୧୫ ଟି ଜିଲ୍ଲାକୁ ବଜ୍ରପାତ ନେଇ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓଡିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର

ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ୧୫ ଟି ଜିଲ୍ଲାକୁ ବଜ୍ରପାତ ନେଇ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓଡିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଦକ୍ଷିଣ ଓଡ଼ିଶାର ପାଞ୍ଚଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଂଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଥିବା ବେଳେ ୧୫ ଟି ଜିଲ୍ଲାରେ ବଜ୍ରପାତ ନେଇ ସତର୍କ ସୂଚନା ଦିଆଯାଇଛି । ୨୬ ତାରିଖରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବ । ସେପଟେ ମୌସୁମୀ ଦୁର୍ବଳ ରହିଥିବା ବେଳେ ଜୁନ ୧ ରୁ ସେପ୍ଟେମ୍ବର ୨୩ ସୁଦ୍ଧା ସ୍ୱାଭାବିକ୍ ବର୍ଷା ରେକର୍ଡ କରାଯାଇଛି । ୨୪ ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ଦୁଇଟି ଜିଲ୍ଲାରେ ସ୍ୱାଭାବିକ୍ ଠାରୁ ଅଧିକ ବର୍ଷା ହୋଇଛି । ସେହିପରି ଚାରୋଟି ଜିଲ୍ଲାରେ ସ୍ୱାଭାବିକ୍ ଠାରୁ କମ ବର୍ଷା ରେକର୍ଡ କରାଯାଇଛି । ବର୍ତ୍ତମାନ ସୁଦ୍ଧା ମୌସୁମି ପ୍ରତ୍ୟାବର୍ତ୍ତନ ନେଇ କୌଣସି ସୂଚନା ନଥିବା ବେଳେ ଆଗକୁ କାଁଭାଁ ବର୍ଷା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଟ୍ୱିନ ସିଟିରେ ଆକାଶ ମେଘାଛନ୍ନ ରହିବ ବୋଲି ସୂଚନା ଦିଆଯାଇଛି ।

Show More

Related Articles

Back to top button