Breaking PLUSମୁଖ୍ୟ ଖବରରାଜନୀତି

ପୌର ନିର୍ବାଚନ ପ୍ରକ୍ରିୟା ଆରମ୍ଭ

ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ଓ ସିଟ୍ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଆଜି ରାଜ୍ୟ ସରକାର ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି । ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ । ନଭେମ୍ବର ୧୮ ତାରିଖ ମତାମତ ଦାଖଲର ଶେଷ ଦିନ ରହିଛି । ନଭେମ୍ବର ୨୯ ତାରିଖରେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ୨୯ ନଭେମ୍ବରରୁ ୧୩ ଡିସେମ୍ବର ମଧ୍ୟରେ ବିଜ୍ଞପ୍ତି ଉପରେ ଆପତ୍ତି ଅଭିଯୋଗ ଦାଖଲ କରାଯାଇପାରିବ ବୋଲି ଦର୍ଶାଯାଇଛି ।

 

Show More

Related Articles

Back to top button