ଓଡ଼ିଶାପାଣିପାଗସ୍ୱତନ୍ତ୍ର

ହ୍ରାସ ପାଉଛି ରାତି ତାପମାତ୍ରା,ଏଣିକି ବୃଦ୍ଧି ପାଇବ ଶୀତ

ହ୍ରାସ ପାଉଛି ରାତି ତାପମାତ୍ରା । ଧିରେ ଧିରେ ପାରଦ କମୁଥିବାରୁ ଥଣ୍ଡା ଅନୁଭୂତ ହେଉଛି। ଆସନ୍ତା ୧୨ ତାରିଖରୁ ଆହୁରି ତାପମାତ୍ରା କମିବ । ଏନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବା ସହ କେତେକ ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବ।

ସେହିପରି ଅନୁଗୁଳ, ବଲାଙ୍ଗୀର, ଗଜପତି ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ। ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ତାପାମତ୍ରା ହ୍ରାସ ପାଇବ ବୋଲି ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ଗତକାଲି ସେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨.୮ ଡିଗ୍ରି ରେକର୍ଡ କରାଯାଇଥିଲା। ଏହାବ୍ୟତୀତ ବୌଦ୍ଧରେ ୧୪ ଡିଗ୍ରି ଥିବା ବେଳେ, ଦାରିଙ୍ଗବାଡ଼ିରେ ୧୪.୫, ଫୁଲବାଣୀରେ ୧୫.୫, କେନ୍ଦୁଝରଗଡ଼ରେ ୧୬, ଭବାନୀପାଟଣାରେ ୧୬.୨ ଡିଗ୍ରି ରେକର୍ଡ ହୋଇଥିଲା।

Show More

Related Articles

Back to top button