Breaking PLUSଓଡ଼ିଶାମୁଖ୍ୟ ଖବର

ଓଡିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ଵର- ଓଡିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ୫ ସଂସଦୀୟ କ୍ଷେତ୍ର ବରଗଡ, ସୁନ୍ଦରଗଡ, ବଲାଙ୍ଗୀର, କନ୍ଧମାଳ, ଆସିକା ପାଇଁ ବିଜ୍ଞପ୍ତି ଜାରି ହୋଇଛି। ମେ ୨୦ରେ ୫ ଲୋକସଭା ଓ ଏହା ଅନ୍ତର୍ଗତ ୩୫ ବିଧାନସଭା ଆସନରେ ଭୋଟିଂ ହେବ । ମେ ୩ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିବେ। ମେ ୪ରେ ନାମାଙ୍କନ ଯାଞ୍ଚ ହେବ। ୬ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯାଇପାରିବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ୪୮୩ ପ୍ରାର୍ଥୀ ନାଁ ଭରିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button