Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କମୁଛି କରୋନା, ଗତ ୨୪ ଘଣ୍ଟା ମଧ୍ୟରେ ୪୫,୨୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନିୟମିତଭାବେ କମିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୪୫,୨୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଗତକାଲି ପରି ଆଜି ମଧ୍ୟ ମୃତ୍ୟୁସଂଖ୍ୟା ୫୦୦ତଳକୁ ଖସିଛି। ୨୪ଘଣ୍ଟାରେ ୪୯୬ଜଣ ମୃତ୍ୟୁବରଣ କରିଥିବା ବେଳେ ୫୩୨୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନିୟମିତଭାବେ କମିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୪୫,୨୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଗତକାଲି ପରି ଆଜି ମଧ୍ୟ ମୃତ୍ୟୁସଂଖ୍ୟା ୫୦୦ତଳକୁ ଖସିଛି। ୨୪ଘଣ୍ଟାରେ ୪୯୬ଜଣ ମୃତ୍ୟୁବରଣ କରିଥିବା ବେଳେ ୫୩୨୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂତନ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୨ ଲକ୍ଷ ଟପିଯାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୮୨,୨୯,୩୧୩ରେ ପହଞ୍ଚିଛି । ଏହା ମଧ୍ୟରୁ ୫୬୧୯୦୮ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୨୨,୬୦୭ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୭୫,୪୪,୭୯୮ ରେ ପହଞ୍ଚିଛି । ଏହା ସହ ଦେଶରେ ଗତକାଲି ୮,୫୫,୮୦୦ନମୁନା ପରୀକ୍ଷା କରାଯାଇଥିବା ବେଳେ ନଭେମ୍ବର ୧ସୁଦ୍ଧା ସର୍ବମୋଟ ୧୧,୦୭,୪୩,୧୦୩ ନମୁନା ପରୀକ୍ଷା କରାଯାଇଛି।

Show More

Related Articles

Back to top button